
ଭୁବନେଶ୍ୱର: ଗତକାଲି ତୁଳନାରେ ଆଜି ରାଜ୍ୟରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତକାଲି ୩,୬୩୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ଚିହ୍ନଟ ହୋଇଛନ୍ତି ୩,୮୦୬ ଜଣ। ଏମାନଙ୍କ ମଧ୍ୟରୁ ୨୧୭୨ କ୍ୱାରେଣ୍ଟିନରେ ଥିବାବେଳେ ଲୋକାଲ କଣ୍ଟାକ୍ଟସ୍ ୧,୬୩୪ ଅଛନ୍ତି। ତେବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ଧୀରେଧୀରେ କମୁଛି। ରାଜ୍ୟରେ ଏବେ ୪୦ ତଳେ ରହୁଛି ଦୈନିକ ମୃତ୍ୟୁ ସଂଖ୍ୟା। ଗତକାଲି ୩୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ଆଜି ୩୭ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩,୫୦୮କୁ ଛୁଇଁଛି।
ଆକ୍ରାନ୍ତଙ୍କ ତାଲିକାରେ ଆଜି ବି ଖୋର୍ଦ୍ଧା ଜିଲ୍ଲା ଉପରେ ରହିଛି। ଏଠାରୁ ସର୍ବାଧିକ ୬୧୭ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୧୭୫, ବାଲେଶ୍ୱରଚ ୨୨୦, ବରଗଡ଼ରୁ ୫୮, ଭଦ୍ରକରୁ ୧୫୮, ବଲାଙ୍ଗିରରୁ ୨୮, ବୌଦ୍ଧରୁ ୩୫, କଟକରୁ ୩୯୩, ଦେବଗଡ଼ରୁ ୩୦, ଢେଙ୍କାନାଳରୁ ୪୩, ଗଜପତିରୁ ୪୫, ଗଂଜାମରୁ ୩୬, ଜଗତସିଂହପୁରରୁ ୧୩୦, ଯାଜପୁରରୁ ୩୪୬, ଝାରସୁଗୁଡ଼ାରୁ ୧୯, କଳାହାଣ୍ଡିରୁ ୪୩, କନ୍ଧମାଳରୁ ୩୪, କେନ୍ଦ୍ରାପଡ଼ାରୁ ୧୪୫, କେନ୍ଦୁଝରରୁ ୮୧, କୋରାପୁଟରୁ ୭୭, ମାଲକାନଗିରିରୁ ୭୫, ମୟୂରଭଂଜରୁ ୧୫୯, ନବରଙ୍ଗପୁରରୁ ୮୮, ନୟାଗଡ଼ରୁ ୧୩୪, ନୂଆପଡ଼ାରୁ ୩୧, ପୁରୀରୁ ୨୦୦, ରାୟଗଡ଼ାରୁ ୧୧୧, ସମ୍ବଲପୁରରୁ ୪୫, ସୁବର୍ଣ୍ଣପୁରରୁ୩୬, ସୁନ୍ଦରଗଡ଼ରୁ ୧୧୯ ଓ ଷ୍ଟେଟପୁଲରୁ ୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍