ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ସୋନପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ ଦାୟିତ୍ୱ ଦିଆଯାଇଥିବା ବେଳେ ପ୍ରସନ୍ନ ଆଚାର୍ଯ୍ୟଙ୍କୁ କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଦାୟିତ୍ୱ ମିଳିଛି।ମହେଶ୍ୱର ମହାନ୍ତିଙ୍କୁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଦାୟିତ୍ୱ ଦିଆଯାଇଛି। ଏଥିସହ ୩୦ଟି ଜିଲ୍ଲା ପାଇଁ ବିଜେଡି ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି। ପୂର୍ବର ସମସ୍ତ ନିର୍ଦ୍ଦେଶକୁ ବାତିଲ କରି ନୂଆ ପର୍ଯ୍ୟବେକ୍ଷକ ନିଯୁକ୍ତ କରାଯାଇଛି। ବଲାଙ୍ଗିର ଓ ଦେବଗଡ଼ ଦାୟିତ୍ୱରେ ମନ୍ତ୍ରୀ ସୁଶାନ୍ତ ସିଂହ ରହିଥିବା ବେଳେ ପ୍ରତାପ କେଶରୀ ଦେବଙ୍କୁ ବାଲେଶ୍ୱର, ସମୀର ରଞ୍ଜନ ଦାଶଙ୍କୁ ଜଗତସିଂହପୁର, ଉଷା ଦେବୀଙ୍କୁ କଟକ ଦାୟିତ୍ୱ ଦିଆଯାଇଛି।
More Stories
ପଣ୍ଡିତ ଦୀନଦୟାଲଜୀଙ୍କ ୫୭ତମ ପୂଣ୍ୟତିଥି ତଥା ସମର୍ପଣ ଦିବସ
ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ
ଲେଡି ଡନ୍ ରମା ସହ ନିଲୁ ନାୟକ ଏବଂ ସୁଶୀଲ ଫେରାର୍ ୩ ଜଣଙ୍କୁ ଧରିବା ପାଇଁ ପୋଲିସର ଛାନଭିନ୍